www.samajalive.in
Friday, December 5, 2025
26.1 C
Bhubaneswar

ସଡକ ଦୁର୍ଘଟଣାରେ କାଉଡିଆ ମୃତ

ନୟାଗଡ: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଦରପଦା ନିକଟରେ ଅଭାବନୀୟ ଘଟଣା ଘଟିଛି ।  ଅଟୋ-ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା ହୋଇଛି  ।  ଫଳରେ ଜଣେ କାଉଡିଆଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।  ମୃତକ କଟରାଝରି ଗାଁର ପୂଜା ସ୍ବାଇଁ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଶ୍ରାବଣ ସୋମଥିବାରୁ କଣ୍ଟିଲୋ ମହାନଦୀ ଘାଟରୁ କାଉଡିଆମାନେ ପାଣି ଉଠାଇ ଆସୁଥିଲେ । ଚାଲି ନପାରିବାରୁ ୭ଜଣ କାଉଡିଆ ଅଟୋରେ ଯାଉଥିଲେ । ଏହି ସମୟରେ ଦରପଦା ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ପିକଅପ୍ ଭ୍ୟାନ ଅଟୋକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ  ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଛନ୍ତି ।  ସମସ୍ତ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories