www.samajalive.in
Monday, December 8, 2025
27.1 C
Bhubaneswar

କଲେଜ ଉପରେ ଖସିପଡ଼ିଲା ବିମାନ: ୧ ମୃତ, ଏକାଧିକ ଆହତ

ଢାକା: ବାଂଲାଦେଶ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜ ପରିସରରେ ବିମାନଟି ଖସିପଡ଼ିଛି। ବିମାନ କଲେଜ ବିଲ୍ଡିଂରେ ଧକ୍କା ହୋଇଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ସମୟରେ କଲେଜରେ ପିଲାମାନେ ଉପସ୍ଥିତ ଥିବା କୁହାଯାଉଛି। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।

ଅଧିକାରୀଙ୍କ କହିବାନୁସାରେ, ବିମାନଟି ଦିନ ପ୍ରାୟ ୧:୦୬ରେ ଉଡ଼ାଣ ଭରିଥିଲା ଏବଂ ଏହାର ତୁରନ୍ତ ପରେ ହିଁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବିମାନରେ ନିଆଁ ଲାଗିଯାଇଥିଲା। ନିଆଁ ଲିଭାଇବା ପାଇଁ ଆଠଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories