www.samajalive.in
Saturday, December 6, 2025
17.1 C
Bhubaneswar

୨୪ରେ ଲଘୁଚାପ: ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟାରେ କେନ୍ଦୁଝରର ହାଟଡିହିରେ ସର୍ବାଧିକ ୧୨ ସେମି, ତେଲକୋଇରେ ୯, ବାଣପୁରରେ ୯, ପାଲଲହଡ଼ାରେ ୮, ନବରଙ୍ଗପୁରରେ ୮, ଖରିଆରରେ ୮ ସେମି, ଉମରକୋଟରେ ୭, ବୋଡେନରେ ୭ ସେମି ବର୍ଷା ହୋଇଛି। ଅପରାହ୍ଣ ସୁଦ୍ଧା କଟକରେ ୧୫.୨ ଏବଂ ଭୁବନେଶ୍ବରରେ ୯.୫ ମି.ମି ବର୍ଷା ହୋଇଥିଲା। ଆଜି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲାରେ ପବନ ସହ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଅନ୍ୟ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୪ ଓ ୨୫ ତାରିଖରେ ସମୁଦ୍ର ଅଶାନ୍ତ ରହିପାରେ। ଏଠାରେ ପବନର ବେଗ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ଝଟକା ପବନର ବେଗ ୫୫ କି.ମି. ରହିପାରେ। ତେଣୁ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories