www.samajalive.in
Friday, December 5, 2025
27.1 C
Bhubaneswar

ଆଇସିସି ରିପୋର୍ଟ ନଦେଲେ ହେବେ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: କଟକ ଜିଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରିପୋର୍ଟ ଦାଖଲ କରିନଥିବାରୁ ସେହି କଲେଜ ଗୁଡିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜିଲାର ୨୧୦ଟି କଲେଜଙ୍କୁ ଆଇସିସି ରିପୋର୍ଟ ମାଗିଥିଲା ଜିଲ୍ଲା ପ୍ରଶାସନ । ଅଭିଯୋଗକାରିଣୀଙ୍କ ଯୋଗାଯୋଗ ଠିକଣା ସହ ମୁଖ୍ୟଙ୍କ ହସ୍ତାକ୍ଷର ମଗାଯାଇଥିଲା । କିନ୍ତୁ ଅଧାରୁ ଅଧିକ କଲେଜ ଚିଠିର ଉତ୍ତର ଦେଇନଥିବାରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ରିପୋର୍ଟ ଦେଇନଥିବାରୁ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଆସନ୍ତା ୨୪ଘଣ୍ଟାରେ ପୂର୍ଣ୍ଣାଙ୍ଗ ଆଇସିସି ରିପୋର୍ଟ ନଦେଲେ ନିଲମ୍ବିତ ହେବେ କଲେଜ ଅଧ୍ୟକ୍ଷ । ଏନେଇ କଡା ତାଗିଦ କରିଛନ୍ତି ଜିଲ୍ଲାପାଳ । ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣା ପରେ ଆଇସିସି କେତେ କାର୍ଯ୍ୟକ୍ଷମ ହେଉଛି ସେନେଇ ତଦନ୍ତ ଆରମ୍ଭ ହୋଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories