www.samajalive.in
Monday, December 8, 2025
24.1 C
Bhubaneswar

ଗୃହ ବିଭାଗର ବିଜ୍ଞପ୍ତି: ପ୍ରତିଷ୍ଠା ହେବ OISFର ତୃତୀୟ ଓ ଚତୁର୍ଥ ବାଟାଲିୟନ୍‍

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍‍ ସିକ୍ୟୁରିଟି ଫୋର୍ସର ଦୁଇଟି ନୂଆ ବାଟାଲିୟନ୍‍ ପ୍ରତିଷ୍ଠା ହେବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ କ୍ରମେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତୃତୀୟ ଓ ଚତୁର୍ଥ ବାଟାଲିୟନ୍‍ ନାମରେ ଏହା ନାମିତ ହେବ ବୋଲି କୁହାଯାଇଛି । ଏହି ଦୁଇଟି ନୂତନ ବାଟାଲିୟନ୍‍ ପାଇଁ ସମୁଦାୟ ୨୦୮୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏହାଦ୍ୱାରା ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।
ସୂଚନା ଅନୁସାରେ ରାଜ୍ୟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍‍ ସିକ୍ୟୁରିଟି ଫୋର୍ସରେ ଗୋଟିଏ ବାଟାଲିୟନ୍‍ କାର୍ଯ୍ୟରତ ଥିଲା । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ଥିଲା । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିୟନ୍‍ ସୃଷ୍ଟି କରିଥିଲେ ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories