www.samajalive.in
Saturday, December 6, 2025
26.1 C
Bhubaneswar

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ, ଖୁବଶୀଘ୍ର ଜାରି ହେବ ବିଜ୍ଞପ୍ତି

ସମାଜ ଡିଜିଟାଲ ଡେସ୍କ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳଛି । ଇଲେକ୍ଟୋରାଲ କଲେଜ୍‍ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପୂର୍ବରୁ ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନ ବ୍ୟବସ୍ଥା ଉପରେ ଅନୁଧ୍ୟାନ କରାଯିବ । ଏସମସ୍ତ ପ୍ରକ୍ରିୟା ଶେଷ ହେବା ମାତ୍ରେ ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ କମିଶନ । ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନକଡ ଗତ ୨୧ତାରିଖରେ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି । ତେବେ ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories