www.samajalive.in
Monday, December 8, 2025
14.1 C
Bhubaneswar

୨୪ଘଣ୍ଟାରେ ଲଘୁଚାପ; ୧୯ଜିଲାକୁ ବର୍ଷା ଓ ବଜ୍ରପାତ ସତର୍କତା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଗୁରୁବାରଠାରୁ ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଅପରାହ୍ଣରେ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ବରରେ ସବୁଠୁ ଅଧିକ ୭୦ମି.ମି.ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ିରେ ୬୨, ଛତ୍ରପୁର ୪୨.୬, ଖୋର୍ଦ୍ଧା ୨୧ ଏବଂ ପାରଳାଖେମୁଣ୍ଡିରେ ୨୦.୪ ମି.ମି. ବର୍ଷା ହୋଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଏବଂ କୋରାପୁଟ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କମଳା ଚେତାବନୀ ଦିଆଯାଇଛି। ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ନେଇ ହଳଦିଆ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୨୫ତାରିଖରୁ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଲାଲ୍‌ ଚେତାବନୀ ଦିଆଯାଇଛି। ବର୍ଷା ପାଇଁ ସତର୍କ ରହିବାକୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories