www.samajalive.in
Friday, December 5, 2025
27.1 C
Bhubaneswar

ଝାଡାବାନ୍ତି ଆତଙ୍କ; ଗାଁରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ଆଦିବାସୀ ଅଧ୍ୟୁଷିତ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ବ୍ୟାପିବାରେ ଲାଗିଛି ଝାଡାବାନ୍ତି । ଏଥିରେ ତିନି ଜଣଙ୍କ ମୃତ୍ୟୁ ହେବା ସହ ୫ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି । କାହିଁକି ଝାଡାବାନ୍ତି ବ୍ୟାପୁଛି ତାହାର ଯାଞ୍ଚ କରିବା ପାଇଁ ଗାଁରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‍ ପହଞ୍ଚିଛନ୍ତି । ଅତିରିକ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପହଞ୍ଚି ପଚରାଉଚରା କରୁଛନ୍ତି । ୩ମୃତକଙ୍କ ପରିବାରୁ ୨୦ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି । ଏଯାବାତ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଗ୍ରାମରେ ଓଆରଏସ ବଣ୍ଟନ ସହ ବର୍ଷାଦିନରେ ଫୁଟାପାଣି ପିଇବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories