www.samajalive.in
Friday, December 12, 2025
15.1 C
Bhubaneswar

ଏସଆଇ ନିଯୁକ୍ତି: ବୟସସୀମା ତିନି ବର୍ଷ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହା ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ। ୨୦୧୮ ଠାରୁ SI ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରିଥିଲେ।

୧୭/୦୧/୨୦୨୫ରେ ବିଭିନ୍ନ ବିଭାଗରୁ ୯୩୩ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଥିଲେ ଓଡିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ। ଏହି ପଦବୀ ମଧ୍ୟରୁ ୬୦୯ ପୋଷ୍ଟ ସବ ଇନିସପେକ୍ଟର , ୨୫୩ ଆର୍ମ ସବ ଇନିସ୍ପେକ୍ଟର ପୋଲିସ , ୪୭ ଫାୟାର ଷ୍ଟେସନ ସବ ଇନିସପେକ୍ଟର ଓ ୨୪ ଟି ପୋଷ୍ଟ ଆସିଷ୍ଟାଣ୍ଟ ଜେଲର ସବ ଇନିସପେକ୍ଟର ପଦବୀ ରହିଥିଲା । ହେଲେ ୨୦୧୮ ବିଜ୍ଞପ୍ତି ଅନୁଯାୟୀ ବୟସ ସୀମା ସମାନ ଥିବାରୁ ଅନେକ ଆଶାୟୀ ହାଇକୋର୍ଟରେ ଏହି ବିଜ୍ଞପ୍ତି ସଂକ୍ରାନ୍ତରେ ବୟସ କୋହଳ କରିବା ପାଇଁ ମାମଲା ରୁଜୁ କରିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories