www.samajalive.in
Saturday, December 6, 2025
26.1 C
Bhubaneswar

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌

ହୀରାକୁଦ : ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି ।
ସୂଚନାନୁଯାୟୀ, ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୧୨ଘଣ୍ଟାରେ ଏହା ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ ରେଡ଼ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୩୦ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏଥିନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାଛଡ଼ା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଜୁଲାଇ ଶେଷ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଥିବା କେତେକ ଘରୋଇ ପାଣିପାଗ ସଂସ୍ଥା ଆକଳନ କରିଛି। ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ଅନୁଗୋଳ, ଦେବଗଡ଼, କଟକ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇଛି।

- Advertisement -

 

 

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories