www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଶା ଟେକ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଶୁକ୍ରବାର ଲୋକସେବା ଭବନରେ ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ୬ଟି ଟେକ୍ସଟାଇଲ୍‍ ପାର୍କର ଉଦଘାଟନ କରିଛନ୍ତି । ବଲାଙ୍ଗିର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ, ଗଞ୍ଜାମରେ ଟେକ୍ସଟାଇଲକ ପାର୍କ ହେବ । ରାଜ୍ୟରେ ୧୦ହଜାର କୋଟିର ପୁଞ୍ଜି ନିବେଶ ଆଶା ରହିଥିବା ବେଳେ ୨୫ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାସହିତ ବୟନ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ଆମର ଲକ୍ଷ୍ୟ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶାର ବସ୍ତ୍ର ପୂରା ଦେଶରେ ପହଞ୍ଚାଇବାକୁ ହେବ । ଏଥିପାଇଁ ୩୩ଏମଓୟୁ ସ୍ୱାକ୍ଷରିତ, ୭୮୦୮କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ୫୩ହଜାର ୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories