www.samajalive.in
Sunday, December 14, 2025
18.1 C
Bhubaneswar

ମାଳଦୀପରେ ମୋଦୀ, ୨୧ ତୋପ ସଲାମି ସହ ସ୍ୱାଗତ କଲେ ମାଳଦୀପ ରାଷ୍ଟ୍ରପତି

ଡେସ୍କ: ଦୁଇ ରାଷ୍ଟ୍ର ଗସ୍ତର ଦ୍ଵିତୀୟ ପର୍ଯ୍ୟାୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦୀପର ମାଲେରେ ପହଂଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭାଲେନା ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଂଚିବା ପରେ ମାଳଦୀପ ରାଷ୍ଟ୍ରପତି ଡଃ ମହମଦ ମୁଈଜୁ ସ୍ୱାଗତ କରିଥିଲେ। ଉଭୟ ମାଳଦୀପ ଏବଂ ପ୍ରବାସୀ ଭାରତୀୟଙ୍କ ଦ୍ୱାରା ବିମାନ ବନ୍ଦର ବାହାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ପୂର୍ବକ ଶ୍ରୀ ମୋଦୀଙ୍କୁ ୨୧ ତୋପ ସଲାମି ସହ ସ୍ୱାଗତ କରାଯାଇଥିଲା। କୁନି କୁନି ଭାରତୀୟ ପିଲାମାନେ ଛଉ ନୃତ୍ୟ ପ୍ରଦର୍ଶନ କରିଥିଲେ।

ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମାଲେର ରିପବ୍ଲିକ ସ୍କୋୟାରରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ପରେ ଶ୍ରୀ ମୋଦୀ ମାଳଦୀପର କେତେଜଣ ନେତୃବୃନ୍ଦଙ୍କୁ ସାକ୍ଷାତ କରିଥିବା ବେଳେ ରାଷ୍ଟ୍ରପତି ଡଃ ମୁଈଜୁ ବୈଦେଶିକ ମନ୍ତ୍ରୀ ଡଃ ଏସ ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଦୋଭାଲ, ବୈଦେଶିକ ସଚିବ ବିକ୍ରମ ମିଶ୍ରି ଓ ଅନ୍ୟ ଭାରତୀୟ ପ୍ରତିନିଧିଙ୍କ ସହ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ମାଳଦୀପ ରାଷ୍ଟ୍ରପତି ଭବନରେ ପରିଦର୍ଶକ ପୁସ୍ତିକାରେ ସ୍ଵାକ୍ଷର କରିଛନ୍ତି। ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଡଃ ମୋଇଜୁ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ବିଭିନ୍ନ ସ୍ୱାର୍ଥ ସମ୍ବଳିତ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା ହେବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories