www.samajalive.in
Sunday, December 14, 2025
23.1 C
Bhubaneswar

ଶନିବାର ରାଶିଫଳ: ଏହି ରାଶି ଭାଗ୍ୟଶାଳୀ ହେବେ

ମେଷ: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଭାଷା ମଧୁର ହେବ। ରାଜଯୋଗ ଅଛି। ଉଚ୍ଚାସନ ମିଳିପାରେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ବୃଷ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।

- Advertisement -

ମିଥୁନ: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ।

କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଧୈର୍ଯ୍ୟ ଓ ସାହସର ସହିତ ଦେଖାହେବାକୁ ଥିବା ଜଟିଳ ସମସ୍ୟାର ମୁକାବିଲା କଲେ ତାହା ସ୍ବତଃ ଅପସରିଯିବ।

କନ୍ୟା: ସେବାଭାବନାରେ ଉନ୍ମୁଖ ହେବେ। ସମାଜସେବୀ ଭାବେ ସମ୍ମାନିତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ଅହଂଭାବ ବିସର୍ଜିତ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ତୁଳା: ଭ୍ରାତୃଭାବରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ମଧ୍ୟ ସେବାଭାବର ହେବ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

ଧନୁ: ଉଦାର ଚରିତ ସମ୍ପନ୍ନ ହେବେ। ଦାନଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। କୃଷିକର୍ମକୁ ପ୍ରୋତ୍ସାହିତ କରିପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମକର: ମନ ପ୍ରସନ୍ନ ରହିବ। ଆତ୍ମବାଦୀ ହେବେ। ଭାଷାର ମଧୁରତା ଆପଣଙ୍କୁ ଜନପ୍ରିୟ କରିପାରେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବନ୍ଧୁ ସହାୟତା ମିଳିବ।

ମୀନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂସାରୀ ମନୋବୃତ୍ତିର ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories