www.samajalive.in
Saturday, December 6, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଶେଷ

ଭୁବନେଶ୍ବର : ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ୧୦୦୦ ଆବେଦନକାରୀ ସେମାନଙ୍କ ନାମ ଅନ୍‌ଲାଇନ ଯୋଗେ ପଞ୍ଜୀକରଣ କରିସାରିଛନ୍ତି। ଏହି ଅନ୍‌ଲାଇନ ପଞ୍ଜୀକରଣ ଶୁକ୍ରବାର ସକାଳ ୧୦ଟାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିଥିଲା। ଶୁକ୍ରବାର ଅପରାହ୍ଣ ସୁଦ୍ଧା ସମସ୍ତ ପଞ୍ଜୀକରଣ ସରିଥିବା ଜଣାଯାଇଛି। ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ଆସନ୍ତା ସୋମବାର ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍‌-୨ ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବା କାର୍ଯ୍ୟକ୍ରମ ରହିଛି। ଜନସାଧାରଣ ପଞ୍ଜିକୃତ ପ୍ରାପ୍ତି ସ୍ବୀକାରପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜର ଅଭିଯୋଗପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories