www.samajalive.in
Sunday, December 7, 2025
23.1 C
Bhubaneswar

ଆଗକୁ ବଢ଼ିଲା ଓଡ଼ିଶା ଅକ୍ଷୟ ଶକ୍ତି ଅଭିଯାନ: ୮୬୯ କୋଟି ନିବେଶକୁ ମୋହର

ଭୁବନେଶ୍ବର : ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର ୮୬୯.୮ କୋଟି ଟଙ୍କା ବିନିଯୋଗରେ ମୋଟ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ପ୍ରଦାନ କରିଛନ୍ତି। ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟରେ ନୂତନ ରୋଜଗାର ସୃଷ୍ଟି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବା ସହ ଅକ୍ଷୟ ଶକ୍ତି କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରାକୁ ତ୍ବରାନ୍ବିତ କରିବା ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି।
ସୂଚନା ଅନୁସାରେ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରରେ ପ୍ରୋଜିଏଲ୍ ଗ୍ରିନ ଏନର୍ଜି ଲି. ଦ୍ୱାରା ୬୯.୫ ମେଗାୱାଟ୍ ସୋଲାର୍‌ ପାର୍କ, କେନ୍ଦୁଝର ଜିଲା ତେଲକୋଇଠାରେ ଆଇନକ୍ସ୍ ସୋଲାର୍ ଲି. ଦ୍ୱାରା ୪୯.୫ ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ, ଝାରସୁଗୁଡ଼ାର ଲଖନପୁରଠାରେ ମହାନଦୀ କୋଲ୍ ଫିଲ୍ଡ ଦ୍ୱାରା ୧୦ ମେଗାୱାଟ୍ ସୋଲାର୍‌ ପ୍ରକଳ୍ପ ଓ ନବରଙ୍ଗପୁରର ପାପଡ଼ାହାଣ୍ଡିରେ ଏନ୍ଏଲ୍ସି ଦ୍ୱାରା ପବନ ଶକ୍ତି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପ ଗୁଡ଼ିକୁ ମିଶାଇ ଏପର୍ଯ୍ୟନ୍ତ ସିଙ୍ଗଲ୍ ୱିଣ୍ଡୋ କମିଟି ମାଧ୍ୟମରେ ମୋଟ ୧୮୪୪.୮୬ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ମୋଟ ୧୨୫୯୯.୭୯ କୋଟି ଟଙ୍କାର ବିନିଯୋଗ ପ୍ରସ୍ତାବକୁ ସରକାର ଅନୁମୋଦନ ଦେଲେଣି।
ଗ୍ରିଡ୍‌କୋର ପରିଚାଳନା ନି‌େ‌ର୍ଦଶକ ସତ୍ୟପ୍ରିୟ ରଥଙ୍କ ସମେତ ଗ୍ରିଡ୍‌କୋ ଏବଂ ଓଏଚ୍‌ପିସିର ନି‌େ‌ର୍ଦଶକ, ସର୍ବୋଚ୍ଚ ଯନ୍ତ୍ରୀ  ତଥା ପ୍ରମୁଖ ବିଦ୍ୟୁତ୍ ନିରୀକ୍ଷକ ଓ ଅନ୍ୟାନ୍ୟ ବରିଷ୍ଠ କମିଟି ସଦସ୍ୟମାନେ ଏହି ବୈଠକରେ ଉପସ୍ଥିତ ଥିଲେ। ଅକ୍ଷୟ ଶକ୍ତି ପ୍ରମୁଖ ସଂସ୍ଥାର ମୁଖ୍ୟ ପ୍ରକଳ୍ପ ପ୍ରବନ୍ଧକ ପ୍ରକଳ୍ପ ପ୍ରସ୍ତାବ ଗୁଡ଼ିକୁ ଏହି ବୈଠକରେ ଉପସ୍ଥାପନ କରିବା ପରେ ତର୍ଜମା ଏବଂ ବିଚାରବିମର୍ଶ ପରେ ସିଙ୍ଗଲ ୱିଣ୍ଡୋ କମିଟି ତାହାକୁ ଅନୁମୋଦନ ଦେଇଥିଲା।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories