ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସର ୨୬ତମ ପୂର୍ତ୍ତି ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଦେଶବ୍ୟାପୀ ସହିଦଙ୍କୁ ସମ୍ମାନ ଜଣାଇ ସ୍ମୃତି ସମାରୋହ, ଶ୍ରଦ୍ଧାଞ୍ଜଳି ସଭା, ସାମରିକ ପ୍ରଦର୍ଶନ ଏବଂ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଚଳିତ ବର୍ଷ ହେଉଛି କାରଗିଲ୍ ବିଜୟ ଦିବସର ରୋପ୍ୟ ଜୟନ୍ତୀ ବର୍ଷ । ଭାରତୀୟ ସୈନିକଙ୍କ ତ୍ୟାଗ ଏବଂ ଦେଶପ୍ରେମକୁ ସମ୍ମାନ ଦେବାର ଏକ ସୁଯୋଗ । ୧୯୯୯ ମସିହା ଜୁଲାଇ ୨୬ରେ ପାକିସ୍ତାନ ସହିତ ଯୁଦ୍ଧରେ ଭାରତୀୟ ସୈନ୍ୟ ଦେଇଥିବା ବଳିଦାନକୁ ମନେ ପକାଇବାର ଦିନ । ଭାରତୀର ବୀର ଯବାନ ମାନେ ଯେତେବେଳେ ଅପରେସନ ବିଜୟ ଏବଂ ଅପରେସନ ସଫେଦ ସାଗର ଅଧୀନରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଘଉଡାଇ ଦେଇ କାରଗିଲ ଶିଖରରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ । ସେହି ମୁହୁର୍ତ୍ତ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିଲା । ଆଜି ସେହି ବିଜୟ ଉତ୍ସବକୁ ବେଶ ଧୁମଧାମରେ ପାଳନ କରାଯାଉଛି ।
कारगिल विजय दिवस के अवसर पर मैं मातृभूमि के लिए प्राण न्योछावर करने वाले वीर सैनिकों को श्रद्धांजलि अर्पित करती हूं। यह दिवस हमारे जवानों की असाधारण वीरता, साहस एवं दृढ़ संकल्प का प्रतीक है। देश के प्रति उनका समर्पण और सर्वोच्च बलिदान देशवासियों को सदैव प्रेरित करता रहेगा।
जय…— President of India (@rashtrapatibhvn) July 26, 2025



