www.samajalive.in
Saturday, December 6, 2025
16.1 C
Bhubaneswar

ଅନାସ୍ଥା ପ୍ରସ୍ତାବ.. ବିଜେଡି-ବିଜେପି ମୁହାଁମୁହିଁ; ଆମେ ଆସ୍ଥା, ଅନାସ୍ଥା, ଅବସ୍ଥା, ବ୍ୟବସ୍ଥା ସବୁ ଏକ କରି ଦେବୁ- ଅରୁଣ ସାହୁ

ଭୁବନେଶ୍ୱର : ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶନିବାର ନିଜର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ବିରୋଧୀଙ୍କ ଅଧିକାର ରହିଛି ଅନାସ୍ଥା ପ୍ରସ୍ତାବ ଆଣିବାର। କଂଗ୍ରେସ ଆଣିବାକୁ ଚାହିଁଲେ ଆଣିବ ଓ ବିଜେଡି ସମର୍ଥନ ଜଣାଇଲେ ଜଣାଇବା। ଆସିଲେ ଆମେ ସାମ୍ନା କରିବୁ ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ।
ମନମୋହନଙ୍କ ଅନାସ୍ଥା ଉତ୍ତର ଉପରେ ପ୍ରତିକ୍ରିୟା ରଖି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, ସରକାର ଆଗ ମୌସୁମୀ ଅଧିବେଶନ ଡାକନ୍ତୁ, ତାପରେ ଆମେ ଆସ୍ଥା, ଅନାସ୍ଥା, ଅବସ୍ଥା, ବ୍ୟବସ୍ଥା ସବୁ ଏକ କରି ଦେବୁ।

ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ଏହା ପୂର୍ବରୁ ରାଜସ୍ୱ ମନ୍ତ୍ରୀ ସୂରେଶ ପୂଜାରୀ କହିଥିଲେ, ଅନାସ୍ଥା ପ୍ରସ୍ତାବରେ ନିଜେ କ୍ଷତାକ୍ତ ହେବେ ବିରୋଧୀ। ମନ୍ତ୍ରୀ କହିଥିଲେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିପାରିବେ, ହେଲେ ହୋମୱାର୍କ କରନ୍ତୁ । ବିଜେଡି, କଂଗ୍ରେସ ୪୦ବର୍ଷର ହିସାବ ନେଇକି ଆସନ୍ତୁ । ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ । ଆମେ ଗୋଟିଏ ବର୍ଷର ହିସାବ ଦେବୁ । ସେମାନେ ଲମ୍ବା ସମୟ ସରକାରରେ ରହି କ’ଣ କରିଛନ୍ତି ଏବଂ ଆମେ ବର୍ଷକରେ କଣ କାମ କରିଛୁ ତାହାର ରିପୋର୍ଟ ଦେବୁ ବୋଲି କହି ବିରୋଧୀଙ୍କ ଉପରେ ବର୍ଷିଛନ୍ତି ସୁରେଶ ପୂଜାରୀ ।

- Advertisement -

ସୂଚନାନୁଯାୟୀ, ଜୁଲାଇ ୨୩ରେ ବିଜେପି ସରକାରଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ନେଇ ପିସିସି ସଭାପତି ଭକ୍ତ ଦାସ ଆହ୍ୱାନ ଦେଇଥିଲେ । ନାରୀଙ୍କୁ ନ୍ୟାୟ ପାଇଁ ଯଦି ବିଜେଡି ଲଢୁଛି ତେବେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ସମର୍ଥନ ଦେବୁ ବୋଲି କହିଥିଲେ ଭକ୍ତ ଦାସ।

ଦୁର୍ଲ୍ଲଭ ରାଜଯୋଗ :ଏହି ରାଶିଙ୍କ ଉପରେ ବର୍ଷିବ ଶନି-ଶୁକ୍ରଙ୍କ କୃପା, ହଠାତ୍‌ ହେବେ ଧନୀ, କିଣିବେ ଘର,ଗାଡି..

ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ – ସରକାରଙ୍କ ବଡ ଘୋଷଣା

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories