www.samajalive.in
Friday, December 5, 2025
20.1 C
Bhubaneswar

ଅମରେଶ ଜେନା ବିଜେଡିରୁ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଗିରଫ ପରେ କର୍ପୋରେଟର ଅମରେଶ ଜେନା ଦଳରୁ ନିଲମ୍ବିତ ହୋଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ରବିବାର ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହୋଇଛନ୍ତି। ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା ଅଭିଯୋଗରେ କମିଶନରେଟ ପୁଲିସ ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ କର୍ପୋରେଟର ଅମରେଶ ଜେନା ଫେରାର ଥିଲେ। ସେ ରାଜ୍ୟ ବାହାରକୁ ଫେରାର ହୋଇଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ପୁଲିସ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ଆଜି ପୂର୍ବାହ୍ନ ୧୧ଟା ସମୟରେ ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ କଳାକାଦ ଗାଁରୁ ସମ୍ପୃକ୍ତ କର୍ପୋରେଟରଙ୍କୁ ଗିରଫ କରାଯାଇଛି। କମିଶନରେଟ ପୁଲିସଙ୍କ ସମେତ ବରହମପୁର ଥାନା ଆଇଆଇସି ପ୍ରେମଦା ନାୟକ ସାଦା ପୋଷାକରେ ଆସି କଳାକାଦ ଗାଁର ନିରୋଦ ମହାନ୍ତିଙ୍କ ଘରୁ ଫେରାର କର୍ପୋରେଟରଙ୍କୁ ବାନ୍ଧିଛନ୍ତି। ଅଧିକ ତଦନ୍ତ ତଥା ଜେରା ପାଇଁ ତାଙ୍କୁ ବରହମପୁର ଥାନାକୁ ନିଆଯାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories