www.samajalive.in
Sunday, December 7, 2025
14.1 C
Bhubaneswar

ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍। ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ୍ ହୋଇଥିଲା। ଉକ୍ତ ଘଟଣାଟି ବିଭାଗର ନଜରକୁ ଆସିବା ପରେ, ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭ୍‌ କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ତରଫରୁ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭ୍‌ କରାଯିବା ସହିତ ବିଭାଗ ସହ ସମ୍ପୃକ୍ତ ନ ଥିବା ପୋଷ୍ଟ ଗୁଡ଼ିକୁ ହଟାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଏହି ଘଟଣାକୁ ଗୁରୁତ୍ବର ଭାବେ ଗ୍ରହଣ କରିବା ସହ ଏହି ସମ୍ବନ୍ଧୀୟ ଏକ ଏଫ୍‌ଆଇଆର୍ ଦାଖଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories