www.samajalive.in
Sunday, December 7, 2025
26.1 C
Bhubaneswar

ବୁଧବାର ବନକଲାଗି ନୀତି: ସନ୍ଧ୍ୟା ୬ରୁ ରାତି ୧୦ଟା ସର୍ବ ସାଧାରଣ ଦର୍ଶନ ବନ୍ଦ

ପୁରୀ: ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି​‌ରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories