www.samajalive.in
Friday, December 5, 2025
23.1 C
Bhubaneswar

ବାଳାଶ୍ରମ ପରିଦର୍ଶନ କଲେ ନୂତନ ଜିଲ୍ଲାପାଳ

ହରଭଙ୍ଗା: ମଙ୍ଗଳବାର ବୌଦ୍ଧର ନୂତନ ଜିଲ୍ଲାପାଳ ଭାବେ ବିଭୁତି ଭୁଷଣ ନାୟକ ଦାୟିତ୍ୱଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ହରଭଙ୍ଗା ବ୍ଲକ ସ୍ଥିତ ବାଳକୃଷ୍ଣ ସେବାଶ୍ରମ ପରିଦର୍ଶନ କରି ଅନ୍ତେବାସୀଙ୍କ ଖାଇବା,ରହିବା ସହିତ ପରିଷ୍କାର ପରିଛନ୍ନତା ଆଦି ବିଷୟରେ ପଚାରି ବୁଝିଥିଲେ । ଏହାସହିତ କେଳାକଟା ସ୍ଥିତ ବାଳସ୍ୱାଧାର ଗୃହ ପରିଦର୍ଶନ କରି ସେଠାରେ ରହୁଥିବା ଅନ୍ତେବାସୀଙ୍କ ଭଲ ମନ୍ଦ ବିଷୟରେ ପଚାରି ବୁଝିଥିଲେ ।  ଜିଲ୍ଲାପାଳଙ୍କ ଗସ୍ତ ସମୟରେ ତାଙ୍କ ସହିତ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ,ବୌଦ୍ଧ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories