www.samajalive.in
Friday, December 5, 2025
20.1 C
Bhubaneswar

୨୦ଜିଲାକୁ ବର୍ଷା, ବଜ୍ରପାତ ସତର୍କତା

ଭୁବନେଶ୍ବର: ଭୁବନେଶ୍ବର ଏବଂ କଟକ ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବୁଧବାର ଅପରାହ୍ଣରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ପ୍ରଭାବ ଅଧିକ ରହିଛି। ଆଜି ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଭଦ୍ରକରେ ୪୩ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁର ୨୫, ଚାନ୍ଦବାଲି ୨୪.୪ ଏବଂ କେନ୍ଦୁଝରରେ ୮.୮ମି.ମି. ବର୍ଷା ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ବଲାଙ୍ଗିର ଜିଲାରେ ତୁହାକୁ ତୁହା ବର୍ଷା ହୋଇଛି। କେନ୍ଦୁଝର ଜିଲାର ହାଟଡିହିରେ ସବୁଠୁ ଅଧିକ ୧୦୫.୨ ମି.ମି ଏବଂ କଟକର କଣ୍ଟାପଡ଼ାରେ ୮୨ମି.ମି. ବର୍ଷା ହୋଇଥିବ‌ା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories