www.samajalive.in
Tuesday, December 9, 2025
16.1 C
Bhubaneswar

ଟ୍ରାପ ଲାଇନ୍‍ ଯୋଗୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପାଣିପାଗରେ ହଠାତ୍‍ ପରିବର୍ତ୍ତନ ପରିଲକ୍ଷିତ ହୋଇଛି। ଶୀତର ପ୍ରଭାବ ହ୍ରାସ ପାଇଥିବାବେଳେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଉଥିବା ଅନୁଭୂତ ହେଉଛି। ଭୁବନେଶ୍ୱର ଓ ମାଲକାନଗିରିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯ଦଶମିକ୍‍ ୨ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ କରାଯାଇଛି। ବାଙ୍ଗଲାଦେଶରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଣିପାଗର ପରିବର୍ତ୍ତନ ହେବା ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏକ ଟ୍ରାପ ଲାଇନ୍‍ ଯୋଗୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବଜ୍ରପାତ ସାଙ୍ଗକୁ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ରବିବାର ଦିନ ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ଗଞ୍ଜାମ, ନୂଆପଡା, କଳାହାଣ୍ଡି ଏବଂ କନ୍ଧମାଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories