www.samajalive.in
Sunday, December 7, 2025
23.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଉ ଜଣେ ଗିରଫ

ସମାଜ ଡିଜିଟାଲ ଡେସ୍କ: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ଶୁକ୍ରବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ଘର କଳାହାଣ୍ଡି ଜିଲାରେ ବୋଲି ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ୍ରାଇମବ୍ରାଞ୍ଚ ମୋଟ ୭ ଜଣଙ୍କୁ ଗିରଫ କରିସାରିଛି। ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ମାରାଥର ଜେରା କରାଯାଉଛି। ଅନ୍ୟ କେହି ଏଥିରେ ସମ୍ପୃକ୍ତ ରହିଛନ୍ତି କି ନାହିଁ ସେ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ଓଟିଇଟି ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଯିବାରୁ ଏହାକୁ ବାତିଲ କରାଯାଇଥିଲା। ପରେ କ୍ରାଇମବ୍ରାଞ୍ଚକୁ ଏହାର ତଦନ୍ତ ଦାୟିତ୍ଵ ଦିଆଯାଇଥିଲା। ବୋର୍ଡ ଉପସଭାପତିଙ୍କ ଲାପଟପରୁ ଡାଟା ଏଣ୍ଟ୍ରି ଅପରେଟର ପ୍ରଶ୍ନପତ୍ର ଲିକ୍ କରାଇଥିବା ତଦନ୍ତରୁ ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories