www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟ୍ ବୈଠକ: ୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ୍‍ ବୈଠକ ଆଜି ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଖରରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ ଅନୁମୋଦନ ମିଳିଛି । ଏଥିରେ ୨୭୩୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ଦ୍ବାରା ୫୭ ହଜାର ୫୨୫ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିପାରିବ । ସେହିଭଳି ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନକୁ ଅନୁମୋଦନ ମିଳିଛି । ଓଡ଼ିଶା ଦ୍ରବ୍ୟ ଓ ସେବା କର ଅଧିନିୟମରେ ସଂଶୋଧନ ହେବା ସହ ଟିକସ ମଧ୍ୟ ବଢ଼ିବ । ଲ ଅଫିସର୍ ୧୯୭୧ ନିୟମକୁ ସଂଶୋଧନ ଅନୁମୋଦନ ମିଳିଛି । ଏହା ପରେ ଲ ଅଫିସର୍ ନିଯୁକ୍ତି ପାଇବେ । ଯେଉଁ ଜିଲ୍ଲାରେ ଲ ଅଫିସର ନାହାନ୍ତି ସେଠାରେ ନିଯୁକ୍ତି କରାଯିବ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories