www.samajalive.in
Monday, December 15, 2025
15.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍

ଆଠଗଡ : ଆଠଗଡ ନିକଟବର୍ତ୍ତୀ ଆଙ୍କୁଲାଠାରେ ଭାରସାମ୍ୟ ହରାଇ ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡିଥିବା ଜଣାପଡିଛି। ଖୁଣ୍ଟୁଣୀଠାରୁ ଆଠଗଡ ଆସୁଥିବା ଉକ୍ତ ସିମେଣ୍ଟ ବୋଝେଇ ଟ୍ରକଟି ଦୋରଡ ନିକଟରେ ଏକ ଶିକ୍ଷାନୁଷ୍ଠାନର ଗାଡିକୁ ପ୍ରଥମେ ଧକ୍କା ଦେଇ ଦ୍ରୁତ ଗତିରେ ଆଠଗଡ ବାଟ ଦେଇ ଯାଉଥିବା ବେଳେ ଆଙ୍କୁଲା ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଥିଲା। ଆଠଗଡ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡିକୁ ଜବତ କରିଥିଲେ। ପୁଲିସ ଆହତ ଚାଳକକୁ ଉଦ୍ଧାର କରି ପ୍ରଥମେ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ପଠାଯାଇଥିବା ଜଣାପଡ଼ଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories