www.samajalive.in
Friday, December 5, 2025
23.1 C
Bhubaneswar

ଚାଷୀଙ୍କୁ ଦଳିଦେଲା ଦନ୍ତା !

ହିନ୍ଦୋଳ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ହାତୀ ଆତଙ୍କ। ଦନ୍ତା ହାତୀ ଆକ୍ରମଣରେ ଆଜି ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ହିନ୍ଦୋଳ ବ୍ଲକ ମହାଲୁଣ୍ଡା ପଞ୍ଚାୟତ ଟାଙ୍ଗିଶାଳ ଗାଁର ସୁଧାକର ସାମଲ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ସୁଧାକର ବିଲକୁ ଯାଇଥିଲେ। ହେଲେ ସନ୍ଧ୍ୟା ସୁଦ୍ଧା ଘରକୁ ଫେରିନଥିଲେ। ରାତିରେ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ ନିରାଶ ହୋଇଥିଲେ। ଆଜି ସକାଳୁ ବିଲ ମଧ୍ୟରୁ ସୁଧାକରଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଲ ଚାରି ପାର୍ଶ୍ବରେ ହାତୀ ପାଦ ଚିହ୍ନ ଥିବାରୁ ହାତୀ ଆକ୍ରମଣରେ ମୃତ୍ୟ ହୋଇଥିବା ଗ୍ରାମବାସୀମାନେ କହିଛନ୍ତି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

- Advertisement -

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories