www.samajalive.in
Tuesday, December 9, 2025
19.1 C
Bhubaneswar

ଆଖିବୁଜିଲେ ବଳଙ୍ଗା ପୀଡ଼ିତା

ସମାଜ ଡିଜିଟାଲ ଡେସ୍କ: ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।

ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା।

- Advertisement -

ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ବେ ଡାକ୍ତରମାନେ ତାଙ୍କୁ ବଞ୍ଚାଇ ପାରି ନ ଥିଲେ।

ବାଲେଶ୍ଵର ଜିଲା ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ଏହା ପରେ ବଳଙ୍ଗା ପୀଡ଼ିତାଙ୍କ ସହିତ ଏଭଳି ବର୍ବରତା ନାରୀ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଘଟଣାର ୧୫ ଦିନ ବିତିଯାଇଥିଲେ ବି ପୁଲିସ କିମ୍ବା କ୍ରାଇମବ୍ରାଞ୍ଚ ଘଟଣାର କୌଣସି ଅଭିଯୁକ୍ତଙ୍କୁ ଧରିପାରି ନାହିଁ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories