www.samajalive.in
Friday, December 5, 2025
26.1 C
Bhubaneswar

୨୨ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ବର: ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ବର ଓ କଟକ ସହ ବାଲେଶ୍ବର, ଚାନ୍ଦବାଲି, ପୁରୀ, ଝାରସୁଗୁଡ଼ା, ହୀରାକୁଦ, ତାଳଚେର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ରାଉରକେଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଉପକୂଳବର୍ତ୍ତୀ ଜିଲା ଗୁଡ଼ିକରେ ଆକାଶ ମେଘୁଆ ଥିବାରୁ ସର୍ବାଧିକ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ।
ରବିବାର ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୬.୬ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ୩୪ଡିଗ୍ରୀ ତଳେ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories