www.samajalive.in
Thursday, December 11, 2025
15.1 C
Bhubaneswar

ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ 

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ ।
ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ । ସେ ୨୦୧୮ରୁ ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ଦଶମ ଏବଂ ଶେଷ ରାଜ୍ୟପାଳ ଥିଲେ । ଏହାସହିତ ସେ ଗୋଆ ଏବଂ ମେଘାଳୟର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ସତ୍ୟପାଲ ୧୯୭୪-୭୭ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ବିଧାନସଭାର ସଦସ୍ୟ ଥିଲେ । ୧୯୮୦-୮୬ ଏବଂ ୧୯୮୬-୮୯ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଓ ୧୯୮୯-୯୧ ପର୍ଯ୍ୟନ୍ତ ନବମ ଲୋକସଭାର ସଦସ୍ୟ ଥିଲେ । ଏହାସହିତ ସେ ବିହାରର ରାଜ୍ୟପାଳ ମଧ୍ୟ ହୋଇଥିଲେ । ୨୧ ମାର୍ଚ୍ଚ ୨୦୧୮ରୁ ମେ ୨୮ ୨୦୧୮ ପର୍ଯ୍ୟନ୍ତ ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ଅଗଷ୍ଟ ୨୦୧୮ରେ ତାଙ୍କୁ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories