www.samajalive.in
Friday, December 5, 2025
20.1 C
Bhubaneswar

ଆଜିଠୁ ଉତ୍ତରରେ ବର୍ଷା: ୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଆଜିଠାରୁ ରାଜ୍ୟରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ବାରିପଦାରେ ୭୫.୨ ମି.ମି. ବର୍ଷା ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୯, ଦେବଗଡ଼ ୧୮.୨ ଏବଂ ବରଗଡ଼ରେ ୧୦.୨ମି.ମି. ବର୍ଷା ହୋଇଛି। ମଙ୍ଗଳବାର ଅନୁଗୋଳ, ତାଳଚେର ଏବଂ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ଏହି ଦୁଇ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories