www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାରେ ଦକ୍ଷତା ବିକାଶ ନେଇ ଦିଲ୍ଲୀରେ ବୈଠକ

ନୂଆଦିଲ୍ଲୀ: ଓଡ଼ିଶାରେ ଖଣି, ଲଜିଷ୍ଟିକ୍ସ ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ପ୍ରସ୍ତାବିତ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିଂହ ଚୌଧୁରୀ ଏବଂ ଓଡ଼ିଶାର ଦକ୍ଷତା ବିକାଶ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଓଡିଶାର ଖଣି କ୍ଷେତ୍ରରେ କ୍ରମବର୍ଦ୍ଧିଷ୍ଣୁ ଆର୍ଥିକ ବିକାଶକୁ ଇନ୍ଧନ ଯୋଗାଇବା ଏବଂ ବୃହତ ଆକାରରେ ନିଯୁକ୍ତି ସୃଷ୍ଟି କରିବାର ଅପାର ସମ୍ଭାବନା ରହିଛି ।

ଭାରତରେ ପ୍ରଥମ ଥର ପାଇଁ ନୂଆ ଶୈଳୀରେ ପ୍ରତିଷ୍ଠିତ ହେବାକୁ ଥିବା ପ୍ରସ୍ତାବିତ ଉତ୍କର୍ଷ କେନ୍ଦ୍ର ଖଣି କ୍ଷେତ୍ରରେ ବିଶ୍ୱ ମାନଦଣ୍ଡ ସହିତ ସମାନ ଭାବରେ ପ୍ରାସଙ୍ଗିକ ଦକ୍ଷତା ସୁଯୋଗ ପ୍ରଦାନ କରି ଏହି କ୍ଷେତ୍ରରେ ଅଭାବକୁ ଦୂର କରିବ । ଖଣି ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଦକ୍ଷ କର୍ମଚାରୀଙ୍କ ଅଭିବୃଦ୍ଧିକୁ ଆଗେଇ ନେବାରେ ସହାୟକ ହେବ । ସେ କହିଥିଲେ, ଜାତୀୟ ଦକ୍ଷତା ତାଲିମ କେନ୍ଦ୍ର (ଏନଏସଟିଆଇ), ଭୁବନେଶ୍ୱରରେ ଦକ୍ଷତା ବିକାଶ ପାଇଁ ଏକ ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ସାରା ଓଡିଶାରେ ଦକ୍ଷତା ବିକାଶ ଦୃଶ୍ୟପଟ୍ଟକୁ ସୁଦୃଢ଼ କରିବା ପାଇଁ ଓଡ଼ିଶାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଏବଂ ସ୍କିଲ୍ ଇଣ୍ଡିଆ ମଧ୍ୟରେ ଥିବା ସମନ୍ୱୟକୁ ବୃଦ୍ଧି କରିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଥିଲେ । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଓଡ଼ିଶାର ଭବିଷ୍ୟତ ପିଢିଙ୍କୁ ଭବିଷ୍ୟତଗାମୀ ଦକ୍ଷତା ପ୍ରଦାନ ପ୍ରଦାନ କରିବା ପାଇଁ ବଦ୍ଧପରିକର ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories