www.samajalive.in
Friday, December 5, 2025
27.1 C
Bhubaneswar

ବଢ଼ିଲା ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଦୁଇ ବର୍ଷ ବଢ଼଼ାଇଦେଇଛନ୍ତି। ଆସନ୍ତା ଅଗଷ୍ଟ ୩୧ରେ ଶ୍ରୀ ମହାପାତ୍ର ଅବସର ଗ୍ରହଣ କରିଥାନ୍ତେ। କେନ୍ଦ୍ର କ୍ୟାବିନେଟ ନିଯୁକ୍ତି କମିଟିର ନିଷ୍ପତି ଅନୁଯାୟୀ ତାଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି କରାଯାଇଛି। ଭଦ୍ରକ ଜିଲା ରାଜଗୁରୁପୁର ଗ୍ରାମରେ ୧୨ ଅଗଷ୍ଟ ୧୯୬୫ରେ ଜନ୍ମିତ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ଦାୟିତ୍ୱ ଗ୍ରହଣ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories