www.samajalive.in
Saturday, December 6, 2025
23.1 C
Bhubaneswar

ବଡ ଝଟକା; ସୁପ୍ରିମ ନିଷ୍ପତ୍ତି , ବଢିବ ବିଜୁଳି ବିଲ୍‌!

ନୂଆଦିଲ୍ଲୀ : ବଡ ଝଟକା। ପୁଣି ମହଙ୍ଗା ମାଡ ସହ ପକେଟ୍‌ ଉପରେ ପଡିବ ପ୍ରଭାବ। ବଢିବ ବିଜୁଳି ବିଲ୍‌।
ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ଦର ବୃଦ୍ଧି ହେବା ନେଇ ସମ୍ଭାବନା ରହିଛି। ସୁପ୍ରିମକୋର୍ଟ ଗୋଟିଏ ମାମଲାର ଶୁଣାଣି କରିବା ସମୟରେ ଦିଲ୍ଲୀରେ ବିଜୁଳି ଦର ବୃଦ୍ଧି ପାଇଁ ଅନୁମତି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ବିଜୁଳି ଦରରେ ବୃଦ୍ଧି ସଠିକ୍‌ ଭାବେ ହେବା ଉଚିିତ୍‌। ନ୍ୟାୟାଳୟ ବିଜୁଳି ବିଲ୍‌ ଦର ବଢାଇବା ପାଇଁ ଅନୁମତି ଦେବା ସହ କିଛି ସର୍ତ୍ତ ରଖିଛନ୍ତି। କୋର୍ଟ କହିଛନ୍ତି ଯେ, ବୃଦ୍ଧି ଲାଭଦାୟକ ହେବା ଆବଶ୍ୟକ ଓ ଦିଲ୍ଲୀ ନିୟାମକ ଆୟୋଗ ପକ୍ଷରୁ ସ୍ଥିର କରାଯାଇଥିବା ସୀମାରୁ ଅଧିକ ହେବା ଉଚିିତ୍‌ ନୁହେଁ ।

ସୁପ୍ରିମକୋର୍ଟ ଆହୁରି ମଧ୍ୟ କହିଛନ୍ତି, ଦିଲ୍ଲୀରେ ବିଜୁଳି ଦର ବଢା ଯାଇପାରିବ, ମାତ୍ର ତାହା ପକେଟ୍‌କୁ ସୁହାଇବା ଭଳି ହେବା ଆବଶ୍ୟକ ।
ତେବେ ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିର ପ୍ରଭାବ ଦିଲ୍ଲୀ ସମେତ ଦେଶର ଅନ୍ୟ ରାଜ୍ୟ ଉପରେ ମଧ୍ୟ ପଡିପାରେ ।
ଏହି ମାମଲା ବିଜୁଳି ବିତରଣ କମ୍ପାନୀର ଅଟକିଥିବା ଟଙ୍କାକୁ ନେଇ ବର୍ଷ ବର୍ଷ ଧରି ଚାଲିଥିବା ମକଦ୍ଦମା ଉପରେ ହୋଇଛି।

୯୫ ବର୍ଷ ପରେ ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି କିଣିବେ ଘର,ଗାଡି, ହେବେ ହଠାତ୍‌ ଧନୀ, ଦୂର ହେବ ବିବାହ ସମସ୍ୟା..

- Advertisement -

ସୁପ୍ରିମକୋର୍ଟ କହିଛନ୍ତି ଯେ, ଦିଲ୍ଲୀ ବିଜୁଳି ନିୟାମକ ଆୟୋଗ (ଡିଇଆରସି) ରୋଡ୍‌ମ୍ୟାପ୍‌ ତିଆରି କରିବା ଆବଶ୍ୟକ ଯେ ବିଜୁଳି ବିଲ୍‌ କେବେ ଓ କେତେ ବଢାଇବା ଉଚିିତ୍‌। ରିପୋର୍ଟ ଅନୁଯାୟୀ, ବୃଦ୍ଧି ବିଜୁଳି ଦର ଯେପରି ସମସ୍ତ ପ୍ରକାର ଉପଭୋକ୍ତାଙ୍କ ଉପରେ ଲାଗୁ କରାଯାଇପାରିବ।

ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍‌ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍‌..

 

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories