www.samajalive.in
Thursday, December 11, 2025
16.1 C
Bhubaneswar

ମେ ରେ ବାହାଘର ଅଗଷ୍ଟରେ ଗ୍ରାଣ୍ଡ ରିସେପ୍ସନ ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ : ଜର୍ମାନୀରେ ବାହା ହେଲେ, ଆଉ ଦିଲ୍ଲୀରେ ରିସେପ୍ସନ ଦେଲେ । ଦେଶର ଏହି ଓଲ୍ଡ କପଲ୍ ବା ବୃଦ୍ଧ ଦଂପତ୍ତି ନିଜ ବାହାଘରକୁ ନେଇ ଗତ ମାସରେ ଖୁବ୍ ଚର୍ଚ୍ଚାରେ ସାଉଁଟିଥିଲେ । ଆଉ ମଙ୍ଗଳବାର ରାତିରେ ଏହି ପିନାକି-ମହୁଆ ଯୋଡ଼ି ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇ ପୁଣି ଚର୍ଚ୍ଚାରେ । ଦଳମତ ନିର୍ବିଶେଷରେ ଶହ ଶହ ହାଇ ପ୍ରୋଫାଇଲ୍ ରାଜନେତା , ନେତ୍ରୀମାନେ ଏହି ପାର୍ଟିରେ ଯୋଗ ଦେଇଥିଲେ । ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ, ସାଂସଦ ତଥା ଅଭିନେତ୍ରୀ ଜୟା ବଚ୍ଚନ , ଓଡ଼ିଶାରୁ ପୁରୀ ସାଂସଦ ଶୁଭାଶିଷ ଖୁଣ୍ଟିଆ, ସୁଲତା ଦେଓ ପ୍ରମୁଖ ଏହି ରିସେପ୍ସନ୍ ଭୋଜିରେ ସାମିଲ ହୋଇଥିଲେ। ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କର ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ପୁଅ ଓ ଝିଅ ରହିଛି । ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ସେହିପରି ୧୯୭୪ ମସିହାରେ ଆସାମରେ ଜନ୍ମ ଗ୍ରହଣ କରିଥିଲେ ମହୁଆ ମୋଇତ୍ରା । ସେ ତାଙ୍କ କ୍ୟାରିଅର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ରୂପେ ଆରମ୍ଭ କରିଥିଲେ। ବିଦେଶରୁ ଚାକିରି ଛାଡ଼ି ଭାରତ ଫେରିବା ପରେ ରାଜନୀତିରେ ପାଦ ଦେଇଥିଲେ । ଏହା ମହୁଆଙ୍କ ତୃତୀୟ ବିବାହ। ପ୍ରଥମ ସ୍ବାମୀ ଲାର୍ସ ବ୍ରରସନଙ୍କୁ ଛାଡ଼ପତ୍ର ଦେବା ପରେ ଜଣେ ଓକିଲ ଜୟ ଅନନ୍ତଙ୍କ ସହ ମହୁଆଙ୍କର ପ୍ରେମ ସଂପର୍କ ରହିଥିଲା। ହେଲେ ତାଙ୍କ ଠାରୁ କିଛି ବର୍ଷ ତଳେ ମହୁଆ ଅଲଗା ହୋଇଯାଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories