www.samajalive.in
Friday, December 5, 2025
27.1 C
Bhubaneswar

ଏସ୍‌ସିଓ ସମ୍ମିଳନୀ ପାଇଁ ଚୀନ ଯିବେ ମୋଦୀ

ନୂଆଦିଲ୍ଲୀ: ସାଂଘାଇ କୋ-ଅପରେସନ ଅର୍ଗାନାଇଜେସନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୩୧ରେ ଚୀନ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚୀନ୍‌ର ତିଆନ୍‌ଜିନ ସହରରେ ଏହି ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ୨୦୨୦ ଗଲୱାନ ସଂଘର୍ଷ ପରେ ଏହା ମୋଦୀଙ୍କର ପ୍ରଥମ ଚୀନ ଗସ୍ତ ହେବ। ଏହି ଅବସରରେ ମୋଦୀ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍‌ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୋଦୀଙ୍କ ଚୀନ ଗସ୍ତକୁ କୂଟନୈତିକ ମହଲ ଯଥେଷ୍ଟ ଗୁରୁତ୍ବ ଦେଉଛନ୍ତି। ରୁଷ୍‌ ନିକଟରୁ ତୈଳ କିଣୁଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷୁବ୍ଧ ହୋଇ ଭାରତ ଉପରେ ୨୫ ପ୍ରତିଶତ ଆମଦାନୀ ଶୁଳ୍କ ଲାଗୁ କରିଛନ୍ତି। ବର୍ତ୍ତମାନ ମୋଦୀଙ୍କ ଚୀନ୍‌ ଗସ୍ତକୁ ନେଇ ଟ୍ରମ୍ପ କିଭଳି ପ୍ରତିକିୟା ପ୍ରକାଶ କରିବେ, ତାହା ଆଗାମୀ ସମୟ ହିଁ କହିବ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories