www.samajalive.in
Friday, December 5, 2025
27.1 C
Bhubaneswar

ଗୁରୁବାର ରାଶିଫଳ; ଏହି ରାଶି ହେବେ ମାଲାମାଲ୍‍

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ପ୍ରବୃତ୍ତିର ହେବେ।

ବୃଷ: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ନୂଆ ଯାନ କିଣିପାରନ୍ତି।

- Advertisement -

ମିଥୁନ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ମିଳିବ। ବିଜୟୀ ହେବେ।

କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସହାୟତା ମିଳିବ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଧନସମ୍ପଦ ଭରପୂର ରହିବ।

କନ୍ୟା: କର୍ମଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଥଣ୍ଡାକଫରେ ପୀଡ଼ିତ ହେବାର ସୂଚନା ମିଳୁଛି। ମଧୁରଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ।

ତୁଳା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହୋଇପାରନ୍ତି।

ବିଛା: କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶ୍ବସୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବସାପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର:ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନଙ୍କ ସହାୟତା ମିଳି ନ ପାରେ। ସାରାଦିନ ସତର୍କରେ ଚଳିବେ।

କୁମ୍ଭ: ଜଣେ ସମାଜସେବୀଭାବେ ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ଯେଉଁସବୁ ସୁକର୍ମ ପାଇଁ ମନରେ ଅହଂଭାବ ଥିବ, ତାକୁ ବିସର୍ଜନ ଦେବାକୁ ପଡ଼ିବ। ପାରିବାରିକ କଥା ମାନି ଚଳିବେ।

ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରି ଜୀବନ ସେବା ମନୋଭାବର ହେବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories