www.samajalive.in
Saturday, December 6, 2025
17.1 C
Bhubaneswar

ଯୁବତୀ ଜୀଅନ୍ତା ଜଳିଯିବା ଘଟଣା: ଏଏସ୍‌ଆଇଙ୍କୁ ବଦଳି

କେନ୍ଦ୍ରାପଡା : କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜୀଅନ୍ତା ଜଳିଯିବା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି କରାଯାଇଛି। କେନ୍ଦ୍ରାପଡା ଏସ୍‌ପି ଏଏସଆଇଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି  ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ବଡ ଅଘଟଣ ଘଟିଥିଲା। ଜଣେ ଯୁବତୀ ଘର ଭିତରେ ଜୀଅନ୍ତା ଜଳି ଯାଇଥିଲେ।  ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories