www.samajalive.in
Friday, December 5, 2025
23.1 C
Bhubaneswar

ରାଜେନ୍ଦ୍ର ଜେନା ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ

ନୂଆଦିଲ୍ଲୀ: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ କୋଷାଧ୍ୟକ୍ଷ ରାଜେନ୍ଦ୍ର ଜେନା ଅନୁଷ୍ଠାନର ସମ୍ବିଧାନ ଧାରା ୬ ଅନୁଯାୟୀ ରାଷ୍ଟ୍ରୀୟ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ରାଷ୍ଟ୍ରୀୟ ସଭାପତି ଶ୍ରୀ ରାଜକୁମାର ଅନ୍ୟାଦେଶ ପର୍ଯ୍ୟନ୍ତ ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ପଦରେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ନିରଞ୍ଜନ ରଥଙ୍କ ପରଲୋକ ଯୋଗୁଁଁ ଲୋକସେବକ ମଣ୍ଡଳର ଏହି ପଦ ଖାଲି ପଡ଼ିଥିଲା। ସମ୍ପ୍ରତି ଶ୍ରୀ ଜେନା ଦୈନିକ ଓଡ଼ିଆ ଖବରକାଗଜ ‘ସମାଜ’ ଏବଂ ମାସିକ ସାହିତ୍ୟ ପତ୍ରିକା ‘ଗୋପବନ୍ଧୁଙ୍କ ସତ୍ୟବାଦୀ’ର ମୁଦ୍ରାକର ଓ ପ୍ରକାଶକ ଦାୟିତ୍ୱ ନିର୍ବାହ କରୁଛନ୍ତି। ଏଥିସହ ‘ସମାଜ’ ରିଲିଫ କମିଟିର ସମ୍ପାଦକ ଓ ଆଠଗଡର ମାଧପୁରଠାରେ ପ୍ରତିଷ୍ଠିତ ଗୋପବନ୍ଧୁ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଜିମ୍‌ସାର)ର ସମ୍ପାଦକ ଦାୟିତ୍ୱ ମଧ୍ୟ ତୁଲାଉଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories