www.samajalive.in
Monday, December 8, 2025
24.1 C
Bhubaneswar

ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷର ପରିମାଣ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କାରେ ୯୦ ମିଲିମିଟର ରେକର୍ଡ ହୋଇଛି। ସମୁଦ୍ର ମଧ୍ୟରେ ବର୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତତ୍‍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେହିଭଳି ଆସନ୍ତାକାଲି ମଧ୍ୟ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories