www.samajalive.in
Friday, December 5, 2025
27.1 C
Bhubaneswar

୧୩ ସୁଦ୍ଧା ଆଉ ଏକ ଲଘୁଚାପ !

ଭୁବନେଶ୍ବର : ଅଗଷ୍ଟ ୧୩ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟାନୁଯାୟୀ, ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ମାଲକାନଗିରି, ରାୟଗଡା ସହିତ କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଶୁକ୍ରବାର ସକାଳୁ ଆକାଶ ମେଘୁଆ ଥିବାବେଳେ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଥିଲା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଜପତି ଏବଂ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories