www.samajalive.in
Saturday, December 6, 2025
16.1 C
Bhubaneswar

୧୮ରେ ବରଗଡ଼ରେ ଚାଷୀ ସମାବେଶ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ଠାରେ ବିରାଟ ଚାଷୀ ସମାବେଶ କରାଯିବ ବୋଲି ବିଜେଡି ଘୋଷଣା କରିଛି। ଶଙ୍ଖ ଭବନରେ ଦଳର କୃଷକ ସେଲ୍ ଆବାହକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବୈଠକରେ ରାଜ୍ୟରେ କୃଷକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ବୈଠକରେ ସମସ୍ତ ଜିଲାରୁ କୃଷକ ପ୍ରତିନିଧିଙ୍କ ସହିତ ଦଳର ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିଥିଲେ। ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଶ୍ରୀ ଆଚାର୍ଯ୍ୟଙ୍କ ସମେତ ସ୍ନେହାଙ୍ଗିନୀ ଛୁରିଆ ଓ ସଞ୍ଜୟ କୁମାର ଦାସବର୍ମା ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଥିଲେ, ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟରେ କୃଷି ଉତ୍ପାଦନର ବିକାଶ ହାର ୭.୮% ଥିଲାବେଳେ ୨୦୨୪-୨୫ ଆର୍ଥିକ ବର୍ଷରେ ଏହା ୩.୮%କୁ ଖସିଆସିଛି। ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଅନୁଦାନ ୧୮.୧୯% କମିଥିବା ବେଳେ କୃଷି କ୍ଷେତ୍ରରେ ମଧ୍ୟ କେନ୍ଦ୍ରୀୟ ଅନୁଦାନ କମିଛି। ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ୨୦୨୩-୨୪ ଆର୍ଥିକ ବର୍ଷରେ ୧୪୬ କୋଟି ଟଙ୍କାର ଅନୁଦାନ ମିଳିଥିବାବେଳେ ୨୦୨୪-୨୫ ଆର୍ଥିକ ବର୍ଷରେ ୩୨ କୋଟି ଟଙ୍କାକୁ ଖସି ଆସିଛି। ସେହିପରି ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୨୨୩ କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିଥିବା ବେଳେ ୨୦୨୪-୨୫ରେ କୌଣସି ଅନୁଦାନ ମିଳିନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories