www.samajalive.in
Friday, December 5, 2025
26.1 C
Bhubaneswar

ଗୃହ ବିଭାଗର ବିଜ୍ଞପ୍ତି, ପ୍ରତିଷ୍ଠା ହେବ ୨୦ ସାଇବର ଥାନା  

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ଭାରତୀୟ ନ୍ୟାୟ ସଂହିତା ୨୨୩ ମୁତାବକ ରାଜ୍ୟ ସରକାର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ରୋକିବାକୁ  ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଖୋର୍ଦ୍ଧା, ନୟାଗଡ଼, କଟକ ଗ୍ରାମାଞ୍ଚଳ,   ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନଳ, ଦେଓଗଡ଼,  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାରେ ଏହି ଥାନା ପ୍ରତିଷ୍ଠା ହେବ। ଏହି ୨୦ ଜିଲା‌େ‌ର ସାଇବର ଓ ଅର୍ଥନୈତିକ ଅପରାଧ ରୋକିବାରେ ସାଇବର ଥାନା କାମ କରିବ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories