www.samajalive.in
Sunday, December 14, 2025
19.1 C
Bhubaneswar

ଏମ୍‌ସରେ ରାଇଘର ପୀଡ଼ିତାଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ପ୍ରତାରଣାର ଶିକାର ହୋଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନବରଙ୍ଗପୁର ଜିଲା ରାଇଘର ଅଞ୍ଚଳର ନର୍ସିଂ ଛାତ୍ରୀ ଶେଷରେ ପ୍ରାଣ ହରାଇଛନ୍ତି। ୨୦ରୁ ଅଧିକ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖିବୁଜିଛନ୍ତି। ଭୁବନେଶ୍ଵର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଉକ୍ତ ନର୍ସିଂ ଛାତ୍ରୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲେ। ଛାତ୍ରୀ ଜଣକ ରାଜି ନ ହେବାରୁ ଯୁବକ ଜଣକ କୌଶଳକ୍ରମେ ତାଙ୍କର କିଛି ଅଶ୍ଳୀଳ ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ ଦ୍ଵାରା ସେସବୁ ଭାଇରାଲ କରିଦେଇଥିଲେ। ଏହା ଜଣାପଡ଼ିବା ପରେ ଗତ ଜୁଲାଇ ୧୭ ତାରିଖରେ ଛାତ୍ରୀ ଜଣକ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମ୍‌ସକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପୂର୍ବରୁ ପୁଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories