www.samajalive.in
Saturday, December 6, 2025
16.1 C
Bhubaneswar

ସାପ କାମୁଡାରେ ଅଙ୍ଗନବାଡି ପାଚିକା ମୃତ

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ନାନାଝେର ଗାଁରେ ଅଭାବନୀୟ ଘଟଣା ଘଟିଛି। ସାପ କାମୁଡାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକ ଲାଳସାଏ ଆଡ଼ଯୁଆଡ଼ଙ୍କ ପତ୍ନୀ ଲାଲଦେଇ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଲାଲଦେଇ ଆଜି ସକାଳୁ ପ୍ରତିଦିନ ଭଳି ଗଛରୁ ଫୁଲ ତୋଳୁଥିଲେ। ସେହି ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡିଥିଲା। ପରେ ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ତେବେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବରେ ପହଞ୍ଚିବାରୁ ଟିଟିଲାଗଡ଼ ଉପଖଣ୍ଡ ଡାକ୍ତରଖାନା ଆଣିବା ବେଳକୁ ତାଙ୍କର ମୃତ୍ଘୟୁ ଘଟିଥିଲା।  ଟିଟିଲାଗଡ଼ ପୁଲିସ ଏକ ଅପମୃତ୍ୟୁ ମାମଲା ଦାଖଲ ସହ ଅଧିକ ତଦନ୍ତ ଜାରୀ ରଖିଛି । ମୃତ ମହିଳା ଜଣକ ଅଙ୍ଗନବାଡି କେନ୍ଦ୍ରରେ ପାଚିକା ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ଝିଅ, ପୁଅ ଏବଂ ବୋହୂ ଅଛନ୍ତି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ଲାଗି ଦାବି କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories