www.samajalive.in
Saturday, December 6, 2025
26.1 C
Bhubaneswar

୧୩ରେ ଲଘୁଚାପ: ଆସନ୍ତାକାଲିଠୁ ବର୍ଷା ଆରମ୍ଭ , ଦକ୍ଷିଣରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୧୩ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୨ତାରିଖରୁ ତିନିଦିନ ଧରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ରବିବାର ବାଲେଶ୍ବର, ଚାନ୍ଦବାଲି, ଭୁବନେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ନୂଆପଡ଼ା ଜିଲାର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ‌ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର ଏବଂ ପଶ୍ଚିମରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ରହିବ। ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ବି ହେବ। ଦକ୍ଷିଣ ଓଡ଼ିଶାରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବାକୁ ଥିବାବେଳେ ସ୍ଥଳବିଶେଷରେ ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୬୦କି.ମି. ଛୁଇଁପାରେ। ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀ ସମୁଦ୍ର ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଭୂସ୍ଖଳନ ନେଇ ରାଜ୍ୟ ସରକାର ଓ ଜିଲା ପ୍ରଶାସନକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories