www.samajalive.in
Monday, December 8, 2025
17.1 C
Bhubaneswar

ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା ; ୬ ମୃତ

ବାରିପଦା/ବାଲେଶ୍ୱର : ବାରିପଦା ଓ ବାଲେଶ୍ୱରରେ ୪ଟି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ଅଞ୍ଚଳରେ ୩ଟି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର ଜିଲାରେ ଜଣଙ୍କର ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ବାରିପଦାର ଦୋହିକୋଟୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ବାଇକରେ ୩ଯୁବକ ଏକ ବିବାହ ଭୋଜିରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ହୋଇଥିଲା। କୌଣସି ଏକ ଗାଡ଼ି ବାଇକଟିକୁ ପିଟି ଚାଲି ଯାଇଥିବା ଅନୁମାନ କରାଯାଉଛି।
ସେହିପରି ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କ କହିବା ଅନୁସାରେ ସେମାନେ ବାଇକରେ ଫେରୁଥିବା ସମୟରେ ସାମନା ପଟୁ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଥିଲା।
ବେତନଟୀ ଅଞ୍ଚଳର ତାରାକୋଟୀ ଛକରେ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୋମବାର ଭୋର ସମୟରେ ବାଇକ ଆରୋହୀଙ୍କୁ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ବାଇକ ଆରୋହୀଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥରେ ଏକ ବୋଲେରୋ ଦୁର୍ଘଟଣାର ସମ୍ମୁଖୀନ ହେବା ଫଳରେ ଡ଼୍ରାଇଭରଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories