www.samajalive.in
Friday, December 12, 2025
15.1 C
Bhubaneswar

ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୭ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମଙ୍ଗଳବାରଠୁ ରାଜ୍ୟରେ ବର୍ଷା ବଢ଼ିବ। ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା‌େବଳେ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୋମବାର ପୂର୍ବାହ୍ଣରେ ରାଜ୍ୟରେ ଟାଣଖରା ଅନୁଭୂତ ହୋଇଛି। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୬.୮ଡିଗ୍ରୀ ଥିବାବେଳେ ଭବାନୀପାଟଣା ୩୬.୫, ସମ୍ବଲପୁର ୩୬ ଏବଂ ଭୁବନେଶ୍ବରରେ ୩୬.୪ଡିଗ୍ରୀ ରହିଛି। ଅଧିକାଂଶ ଜିଲାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିଲା। ଅପରାହ୍ଣରେ ଭୁବନେଶ୍ବର ସହିତ ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡିରେ ହାଲୁକା ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ପାଣିପାଗ କେନ୍ଦ୍ରର ନିର୍ଦେଶିକା ଡ.ମନୋରମା ମହାନ୍ତି କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories