www.samajalive.in
Sunday, December 14, 2025
26.1 C
Bhubaneswar

ବିଜୁ ଜନତା ଦଳ ପକ୍ଷରୁ ଗଣଧାରଣା

ବାସୁଦେବପୁର : ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଦୁର୍ନୀତିର ପ୍ରତିବାଦରେ ବିଜୁ ଜନତା ଦଳ ପକ୍ଷରୁ ବ୍ଲକ ପରିସରରେ ଗଣଧାରଣା ଦିଆଯାଇଛି । ଏହି ଅବସରରେ ପୁର୍ବତନ ବିଧାୟକ ବିଷ୍ମୁବ୍ରତ ରାଉତରାୟଙ୍କ ନେତୃତ୍ବରେ ବ୍ଲକ ବିଜେଡି ସଭାପତି ଦୀନବନ୍ଧୁ ଦାସ, ଅଶୋକ ନାୟକ, ଗୌତମ ସେଠୀ, ଚନ୍ଦ୍ରକାନ୍ତ ମଳିକ, ଚିନ୍ତାମଣି ନାୟକ, ଦେବଦର୍ଶନ ଦାଶ, ପୌରପାଳିକା ଉପାଧ୍ୟକ୍ଷ ଉତ୍ତମ ବାରିକ, ପ୍ରଫୁଲ୍ଲ ବିଶ୍ବାଳ, ରାଜେନ୍ଦ୍ର ସାହୁ ପ୍ରମୁଖଙ୍କ ସମେତ ଶତାଧିକ କର୍ମୀ ଓ ସମର୍ଥକମାନେ ଯୋଗଦେଇଥିଲେ । ସ୍ଥାନୀୟ ବିଡ଼ିଓ ତନ୍ମିତା କର, ଥାନାଧିକାରିଣୀ ଲୋପାମୁଦ୍ରା ନାୟକ ଧାରଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲେ । ମାତ୍ର ଅରଣ୍ଡୁଆ ପଞ୍ଚାୟତ ହେରଫେର ଘଟଣାକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବିରେ ପୁର୍ବତନ ବିଧାୟକ ରାଉତରାୟ ଦୄଢ ଦାବି ନେଇ ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories