www.samajalive.in
Wednesday, December 10, 2025
23.1 C
Bhubaneswar

ଭୁବନେଶ୍ବରରେ ନିର୍ମାଣ ହେବ ସେମିକଣ୍ଡକ୍ଟର ୟୁନିଟ୍, ମିଳିଲା ଅନୁମୋଦନ

ଭୁବନେଶ୍ବର : ମଙ୍ଗଳବାର ଅନୁଷ୍ଠିତ ବୈଠକରେ କେନ୍ଦ୍ର କ୍ୟାବିନେଟ୍ ୪ଟି ପ୍ରକଳ୍ପକୁ ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଓଡ଼ିଶା, ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ୪ଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪,୫୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହା ବ୍ୟତୀତ ସହରାଞ୍ଚଳ ପରିବହନକୁ ସୁଦୃଢ଼ କରିବା ପାଇଁ ଲକ୍ଷ୍ନୌ ମେଟ୍ରୋ ପର୍ଯ୍ୟାୟ ୧ବି ଏବଂ ଟାଟା-୨ ଜଳବିଦ୍ୟୁତ୍ ପ୍ରକଳ୍ପ (୭୦୦ ମେଗାୱାଟ)କୁ ମଧ୍ୟ ଅନୁମୋଦନ କରାଯାଇଛି। ଏହି ଦୁଇଟି ପ୍ରକଳ୍ପରେ ଯଥାକ୍ରମେ ୫,୮୦୧ କୋଟି ଏବଂ ୮,୧୪୬ କୋଟି ଟଙ୍କା ଖର୍ଚ୍ଚ କରାଯିବ।

କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ୪ଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ର ପ୍ରଦେଶରେ ଆରମ୍ଭ ହେବ। ଓଡ଼ିଶାରେ ଦୁଇଟି ସେମିକଣ୍ଡକ୍ଟର ୟୁନିଟ୍ ଏବଂ ପଞ୍ଜାବ ଏବଂ ଆନ୍ଧ୍ର ପ୍ରଦେଶରେ ଗୋଟିଏ ଲେଖାଏଁ ୟୁନିଟ୍ ପ୍ରତିଷ୍ଠା ହେବ । ଭୁବନେଶ୍ବରରେ ୨ଟି ସେମିକଣ୍ଡକ୍ଟର ୟୁନିଟ ସହ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ହେବ । ୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ନିର୍ମାଣ ହେବ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories